ଅସ୍ମିତାଟିଭି ଲାଇଭି : ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ସୁଭଦ୍ରା ଯୋଜନା ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ । ଆବେଦନ ଅବଧି ୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ରହିଥିବା ରହିଛି । ସେହିଭଳି ୦୧.୦୪.୨୦୨୬ ସୁଦ୍ଧା ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ । ଯେଉଁ ମହିଳାମାନେ ପୂର୍ବରୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିନାହାଁନ୍ତି, କେବଳ ସେହିମାନେ ହିଁ ଏହି ସମୟସୀମା ମଧ୍ୟରେ ନୂତନ ଭାବେ ଆବେଦନ କରିପାରିବେ । ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ଗ୍ରହଣୀୟ ହେବ ନାହିଁ ।
ନୂତନ ଆବେଦନଗୁଡିକ ସାଧାରଣ ସେବା କେନ୍ଦ୍ର (CSC) ଏବଂ ଆମ ସେବା କେନ୍ଦ୍ର (ASK) ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରାଯିବ । ଫର୍ମ ଉପଲବ୍ଧତା ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡି କେନ୍ଦ୍ର (AWC) ଏବଂ CDPO କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଶୁଳ୍କ ଭାବେ ଉପଲବ୍ଧ ଅଛି ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved