📞 +91 9583789855 📧 info@asmitatv.in
Asmita TV Logo

ଆନ୍ଦ୍ର ବନାଉଛି ମହୋତ୍ସବ
Apr 04, 2026

ଆନ୍ଦ୍ର ବନାଉଛି ମହୋତ୍ସବ

ବଂଶଧାରା ଜଳ ବିବାଦରେ ନୂଆମୋଡ଼ । ଓଡ଼ିଶାକୁ ଲାଗିଛି ଶକ୍ତ ଝଟ୍‌କା । ଟ୍ରିବ୍ୟୁନାଲଙ୍କ ରାୟ ଓଡ଼ିଶାକୁ ଝଟ୍କା ଦେଇଥିବା ବେଳେ ଆନ୍ଧ୍ର ପାଇଁ ଲାଭଦାୟକ ହୋଇଛି । କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଦ୍ୱାରା ଗେଜେଟ୍ ନୋଟିଫିକେସ୍ ଜାରି କରାଯାଇଛି । ଯେଉଁଥିରେ ନେରେଡି ବ୍ୟାରେଜ୍ ଜଳ ପ୍ରକଳ୍ପ ପାଇଁ ପ୍ରତିବନ୍ଧକ ଦୂର ହୋଇଛି ।

 ଏହି ରାୟ ଓଡ଼ିଶାର ରାୟଗଡ଼ା ଜିଲ୍ଲା ଚାଷୀଙ୍କ ପାଇଁ ସମସ୍ୟା ଆଣିଛି। ଟ୍ରିବ୍ୟୁନାଲ୍ ରାୟ ଅନୁଯାୟୀ, ଗୋଟା ବ୍ୟାରେଜରେ ଉପଲବ୍ଧ ଜଳର ପରିମାଣର ଅଧା ଆନ୍ଧ୍ରପ୍ରଦେଶକୁ ଯିବ ବୋଲି ଉଲ୍ଲେଖ ରହିଛି। ବଂଶଧାରା ନଦୀ ଜଳ ପରିଚାଳନାକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ଏହି ବିବାଦ ୨୦୦୬ରେ ଆରମ୍ଭ ହୋଇଥିଲା। ଆନ୍ଧ୍ର ନେରେଡ଼ି ବ୍ୟାରେଜ୍ ନିର୍ମାଣ କରିବାକୁ ଚେଷ୍ଟା କରିବାରୁ ଓଡ଼ିଶା ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା। ୨୦୧୦ରେ ବଂଶଧାରା ଜଳ ଟ୍ରିବ୍ୟୁନାଲ୍ ଗଠନ ହୋଇଥିଲା। ଟ୍ରିବ୍ୟୁନାଲଙ୍କ ରାୟ ଆଧାରରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଗେଜେଟ୍ ବିଜ୍ଞପ୍ତି ଜାରି କରିଛି। ନେରେଡି ବ୍ୟାରେଜ ପ୍ରକଳ୍ପ ପାଇଁ ଆବଶ୍ୟକ ୧୦୬ ଏକର ଜମି ଓଡ଼ିଶା ଏକ ବର୍ଷ ମଧ୍ୟରେ ଆନ୍ଧ୍ରକୁ ହସ୍ତାନ୍ତର କରିବ। ଏହି ରାୟ ଓଡ଼ିଶାର କୃଷି ଓ ଜଳ ସମ୍ପଦ ଉପରେ ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି।

Author : Asmitatv liv Date: 2026-04-04

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved