ପୁରୀବାସୀଙ୍କ ପାଇଁ ଖୁସିର ଖବର । ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଆଉ ପାଦେ ଆଗେଇଲେ ସରକାର । ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ମଞ୍ଜୁରୀ ପ୍ରଦାନ କରିଛି ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ । ଓଡ଼ିଶାର ପୁରୀରେ ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ନୀତିଗତ (ଷ୍ଟେଜ୍-୧) ଜଙ୍ଗଲ ମଞ୍ଜୁରୀ ପ୍ରଦାନ କରାଯାଇଛି ।ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ରାଜ୍ୟ ସରକାର କିଛି ବର୍ଷ ତଳେ କେନ୍ଦ୍ରକୁ ପ୍ରସ୍ତାବ ଦେଇଥିଲେ । ଏହାପରେ ରାଜ୍ୟରେ ସରକାର ପରିବର୍ତ୍ତନ ହେଲା, ନୂଆ ସରକାର କ୍ଷମତାକୁ ଆସିଲେ । ନୂଆ ସରକାର ପୁରୀରେ ବିମାନବନ୍ଦର ନିର୍ମାଣ କରିବା ସପକ୍ଷରେ ମଧ୍ୟ କାମ ଆରମ୍ଭ କରିଥିଲେ । ୨୦୨୫ରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପୁରୀରେ ବିମାନବନ୍ଦର ନିର୍ମାଣ କରିବାକୁ ଗ୍ରୀନ୍ ସିଗ୍ନାଲ ଦେଇଥିଲା । ଯାହାଫଳରେ ବିମାନବନ୍ଦର ନିର୍ମାଣ ପାଇଁ ବାଟ ଫିଟିଥିଲା । ଆଉ ଏବେ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି ।
ସୂଚନାଯୋଗ୍ୟ ଯେ, ୧୧୬୪ ଏକର ଜମି ଉପରେ ନିର୍ମାଣ ହେବ ପ୍ରସ୍ତାବିତ ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର । ସେଥିମଧ୍ୟରୁ ୯୪୩ ଏକର ସରକାରୀ ଜମି ଥିବା ବେଳେ ୨୨୧ ଏକର ଘରୋଇ ଜମି ରହିଛି । ଏହି ବିମାନବନ୍ଦର ନିର୍ମାଣ ହେବା ଦ୍ୱାରା ପୁରୀକୁ ଗମନାଗମନରେ ସୁବିଧା ହେବ । ଦୂରରୁ ଆସୁଥିବା ପର୍ଯ୍ୟଟକମାନେ ଏଣିକି ଭୁବନେଶ୍ୱର ପରିବର୍ତ୍ତେ ପୁରୀରେ ଓହ୍ଲାଇ ପାରିବେ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved