ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱର ବାବା ସାହେବ ଆମ୍ୱେଦକର ବସ୍ ଟର୍ମିନାଲ ବରମୁଣ୍ଡା ଠାରେ ଭି ଏଫ ଏସ ଗ୍ଲୋବାଲ ଦ୍ୱାରା ପରିଚାଳିତ ନୂତନ ଭିସା ଆବେଦନ କେନ୍ଦ୍ରକୁ ଉଦଘାଟନ କରିଛନ୍ତି । ପୂର୍ବରୁ ରାଜ୍ୟବାସୀଙ୍କୁ ଏହି ସେବା ପାଇଁ କୋଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବାପାଇଁ ପଡ଼ୁଥିଲା । ଯାହାକୁ ନେଇ ରାଜ୍ୟସରକାରଙ୍କ ନିକଟକୁ ଏହି ଅଭିଯୋଗ ଆସିଥିଲା । କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପରେ ଭିସା ଆବେଦନ କେନ୍ଦ୍ର ପାଇଁ ୩ହଜାର ବର୍ଗଫୁଟ୍ ସ୍ଥାନ ପ୍ରଦାନ କରାଯାଇଛି ।
ଆବଶ୍ୟକ ପଡ଼ିଲେ ଅଧିକ ସ୍ଥାନ ଦିଆଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପର୍ଯ୍ୟାୟରେ ୧୦ ଦେଶକୁ ଯିବା ପାଇଁ ଏଠାରୁ ଭିସା କରିହେବ। ଆଗାମୀ ଦିନରେ ଏହାକୁ ବ୍ୟାପକ କରାଯିବ । ବର୍ତ୍ତମାନ ଭାରତର ୨୦ ଟି ସହରରେ ୫୬୦ ଟି ଭିଏଫବ ଏସ ସେଣ୍ଟର୍ ରହିଛି । ବିଦେଶ ଯିବାକୁ ଚାହୁଁଥିବା ଓଡ଼ିଆଙ୍କ ପାଇଁ ଏହା ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଓଡିଶାବାସୀଙ୍କ ବିଦେଶ ଯାତ୍ରାକୁ ସହଜ କରିବ, ଶିଳ୍ପ ଓ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ, ଆନ୍ତର୍ଜାତୀୟ ସମ୍ପର୍କକୁ ମଜବୁତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved