📞 +91 9583789855 📧 info@asmitatv.in
Asmita TV Logo

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା
Apr 05, 2026

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା

ରାଜ୍ୟ କ୍ୟାବିନେଟର ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାକୁ ମୋହର । ଆର୍ଥିକ ବର୍ଷ ୨୦୨୬-୨୭ରୁ ରାଜ୍ୟ ସରକାର ଆରମ୍ଭ କରୁଛନ୍ତି ଏକ ନୂତନ ଯୋଜନା 'ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା' । ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ରାସନ କାର୍ଡ ଧାରୀଙ୍କୁ ମିଳିବ ଆଉ ୫ କେଜି ଚାଉଳ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧିନସ୍ଥ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ କୋଟା ବଣ୍ଟନ କରିବା ପାଇଁ ସ୍ଥିର ହୋଇଛି । ୧ କୋଟି ୯୬ ହଜାର ୨୯୭ ପରିବାରର ୩ କୋଟି ୨୮ ଲକ୍ଷ ୫୨ ହଜାର ୪୨୯ ସଦସ୍ୟ ଏହା ଦ୍ୱାରା ଉପକୃତ ହେବେ । ଯୋଜନା ବାବଦରେ ବାର୍ଷିକ ବ୍ୟୟ ବରାଦ ୮,୮୧୩ କୋଟି ଟଙ୍କା ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Author : Asmitatv liv Date: 2026-04-05

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved