📞 +91 9583789855 📧 info@asmitatv.in
Asmita TV Logo

ମାଡିଆସୁଛି କାଳବୈଶାଖୀ
Apr 05, 2026

ମାଡିଆସୁଛି କାଳବୈଶାଖୀ

ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିସହ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେବ। ତେବେ ବର୍ଷା ପ୍ରଭାବରେ ଗ୍ରୀଷ୍ମ ଲହରିରୁ ସାମାନ୍ୟ ଆଶ୍ବସ୍ତି ମିଳିବ ବୋଲି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।  
୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ସେହିଭଳି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିରେ ମଧ୍ୟ ବର୍ଷା ପବନ ସହିତ ଘଡ଼ଘଡ଼ି ପାଇଁ ସତର୍କତା ଜାରି କରାଯାଇଛି।
Author : Asmitatv liv Date: 2026-04-05

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved