📞 +91 9583789855 📧 info@asmitatv.in
Asmita TV Logo

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି
Apr 15, 2026

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।


Author : Asmitatv live Date: 2026-04-15

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved