📞 +91 9583789855 📧 info@asmitatv.in
Asmita TV Logo

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ
Apr 08, 2026

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ

ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ । ତିନି ପ୍ରସଙ୍ଗକୁ ନେଇ କରିଛନ୍ତ ଆଲୋଚନା । ରାଉରକେଲା ବିମାନ ବନ୍ଦର ସଂପ୍ରସାରଣ ବିଷୟରେ ମୁଖ୍ୟମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଜମି ଅଧିଗ୍ରହଣ କେତେ ଦୂର ଆଗେଇଛି ତାର ସମୀକ୍ଷା କରିଛନ୍ତି। ସେହିପରି ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସଂପ୍ରାସରଣ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନ ହୋଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହା ସହ 21 ତାରିଖରେ ମହାମହିମ ରାଷ୍ଟ୍ରପତିଙ୍କ ରାଉରେକଲା ଗସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ନେଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। ଅନ୍ୟପଟେ ଉଚ୍ଚ ଶିକ୍ଷାରେ ଏସସି ଏସଟି ଏବଂ ପଛୁଆ ବର୍ଗଙ୍କୁ ସଂରକ୍ଷଣ ପାଇଁ ରାଜ୍ୟ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜୁଏଲ ।

Author : Asmitatv Date: 2026-04-08

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved