ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । ଏଣିକି ସଡ଼କ ଦୁର୍ଘଟଣାରେ ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାର । ୭ ଦିନ ପର୍ଯ୍ୟନ୍ତ ପାଇବେ ଲାଭ । ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ 'ପ୍ରଧାନମନ୍ତ୍ରୀ ରାହତ' ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନା ଅଧୀନରେ ଦୁର୍ଘଟଣାର ଶିକାର ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସର୍ବାଧିକ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୁଲିସ୍ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପି ମାନଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଛି । ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୁଲିସ୍ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ, ସାଧାରଣ ଆହତଙ୍କ କ୍ଷେତ୍ରରେ ୨୪ ଘଣ୍ଟା ଏବଂ ଗୁରୁତର ଆହତଙ୍କ କ୍ଷେତ୍ରରେ ୪୮ ଘଣ୍ଟା ମଧ୍ୟରେ ଇ-ଡିଏଆର୍ ପ୍ଲାଟଫର୍ମରେ ତଥ୍ୟ ଯାଞ୍ଚ ଓ ଅନୁମୋଦନ କରିବାକୁ ପୁଲିସକୁ କୁହାଯାଇଛି । ଯଦି ଦୁର୍ଘଟଣା ଅନ୍ୟ କୌଣସି ଥାନା ଅଞ୍ଚଳରେ ଘଟିଥାଏ, ତେବେ ମାତ୍ର ୩ ଘଣ୍ଟା ମଧ୍ୟରେ ଅଧିକାର କ୍ଷେତ୍ର ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦୁର୍ଘଟଣା ପରଠାରୁ ସର୍ବାଧିକ ୭ ଦିନ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ| ଦୁର୍ଘଟଣାର ୨୪ ଘଣ୍ଟା ମଧ୍ୟରେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ଆବଶ୍ୟକ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved